ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି

0

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅଭିଭାଷଣ । ସ୍ୱାଧୀନତା ଦିବସ ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତିଙ୍କ ଅଭିଭାଷଣ । ସେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ସମ୍ବୋଧିତ କରି କହିଛନ୍ତି ଯେ, ‘ଦେଶ ବିଦେଶରେ ଆମେ ସ୍ୱତନ୍ତ୍ରତା ଦିବସ ପାଳନ କରିବାକୁ ଯାଉଛୁ । ବଳିଦାନ ଦେଇଥିବା ମହାପୁରୁଷଙ୍କ ପାଇଁ ପ୍ରଣାମ କରିବା । ଆଜିର ଦିନରେ ଦେଶ ବିଭାଜନ ହୋଇଥିଲା , କ୍ଷତ ମନରୁ ଲିଭିନି । ନିକଟରେ ଶାନ୍ତିଶୃଙ୍ଖଳାର ସହ ନିର୍ବାଚନ ଶେଷ ହୋଇଛି । ଏଥିପାଇଁ ମତଦାତା , ସୁରକ୍ଷାକର୍ମୀ , ନିର୍ବାଚନ କମିଶନ ପ୍ରଶଂସାର ପାତ୍ର । ଗରିବ ହଟାଇବା ପାଇଁ ସରକାର ଅନେକ ପଦକ୍ଷେପ ନେଇଛନ୍ତି । ପ୍ରଧାନମନ୍ତ୍ରୀ ଅନ୍ନ କଲ୍ୟାଣ ଯୋଜନାରେ ମାଗଣା ରାସନ ଦିଆଯାଉଛି ।’ଏହା ସହିତ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇ ଛନ୍ତି ।