ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା .

0

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ପ୍ରକ୍ରିୟା | 5T ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମ ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ ।