ଭୁବନେଶ୍ୱର: ଧାନ କିଣା କୁ ନେଇ ମନ୍ତ୍ରୀ ସ୍ତରୀୟ ବୈଠକ।ବରଗଡ଼ ଜିଲ୍ଲାରୁ ଆରମ୍ଭ ହେବ ଧାନ କିଣା । ଚାଷୀଙ୍କ ଠାରୁ ରାଜ୍ୟ ସରକାର ଧାନ କୁଇଣ୍ଟାଲ ପିଛା ୩୧ ଶହ ଟଙ୍କାରେ କିଣିବେ।ନଭେମ୍ବର ତୃତୀୟ ସପ୍ତାହ ଅର୍ଥାତ୍ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା ପକ୍ରିୟା।ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି) ୨୩୦୦ ଟଙ୍କା ସହିତ ରାଜ୍ୟ ସରକାରଙ୍କ ତରଫରୁ ଇନ୍ପୁଟ ସହାୟତା ୮୦୦ ଟଙ୍କା ମିଶାଇ ଚଳିତ ବର୍ଷ ଧାନ କିଣା ଦର କ୍ୱିଣ୍ଟାଲ ପ୍ରତି ୩୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। ଧାନ କ୍ରୟ ପ୍ରକ୍ରିୟା ସୁବ୍ୟବସ୍ଥା ପାଇଁ ପକ୍ରିୟାକୁ ଶେଷ ହେବା ଯାଏ ମଣ୍ଡି ରେ ରହିବେ ଅଧିକୃତ ଅଧିକାରୀ ।୪ ରୁ ୫ ଟି ମଣ୍ଡି କୁ ନେଇ ଜଣେ ଲେଖାଁଏ ସୁପରଭଇଜର ରହିବେ। ମଣ୍ଡିରେ ରହିବ କ୍ୱାଲିଟି ଟେଷ୍ଟିଁ ମେସିନ। ଅଗାଡି ଏଫକ୍ୟୁ ଧାନ କୁ ଯାଞ୍ଚ କରାଯିବ। ମଣ୍ଡିରୁ ରାଇସ ମିଲ ପର୍ଯ୍ୟନ୍ତ ଧାନ ପରିବହନ ବ୍ୟବସ୍ତା ତଦାରଖ କରିବ ପରିବହନ ବିଭାଗ।ସେପଟେ ପଡୋଶୀ ରାଜ୍ୟରୁ ଧାନ ଯେମିତି ଓଡ଼ିଶା ମଧ୍ୟକୁ ପ୍ରବେଶ ନକରେ ତା ପ୍ରତି ପାଟ୍ରିଲିଂ ଟିମ୍ ମୁତୟନ ସହ ସିସିଟିଭି ବ୍ୟବସ୍ତା କରାଯିବ। ଚାଷୀ ଙ୍କ ଧାନ ବିକ୍ରି ଟୋକନ୍ ଲାପସ ନହେବା ପାଇଁ ବ୍ୟବସ୍ଥା କରାଯାଇଛି । ତ୍ୱରିତ ନିଷ୍ପତି ନେବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ଚାଷୀ ଙ୍କ ସୁରକ୍ଷା ,କଟଣି ଛଟଣି ମୁକ୍ତ ଧାନ କିଣା ଉପରେ ଗୁରୁତ୍ବ ଦେବେ ରାଜ୍ୟ ସରକାର। ଆନ୍ତ ମନ୍ତ୍ରୀ ସ୍ତରୀୟ ବୈଠକ ପରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ ପ୍ରତିକ୍ରିୟା