ଉତ୍କଳୀୟ କାରୁକାର୍ଯ୍ୟ ସହ ଶଙ୍ଖ, ଚକ୍ର,ଗଦାରେ ଶୋଭାପାଉଛି ଶ୍ରୀମନ୍ଦିରର ସିଂହଦ୍ୱାର

0

ପୁରୀ: ରୂପାରେ ଝଲସୁଛି ସିଂହଦ୍ୱାର । ୩ଦିନ ଧରି ଚାଲିଥିବା ସଂହଦ୍ୱାର ରୂପା ଛାଉଣୀ କାମ ଶେଷ ହୋଇଛି । ଶାଗୁଆନ କାଠରେ ନବନିର୍ମିତ କବାଟ ସିଂହଦ୍ୱାରରେ ଲାଗିବା ପରେ ମୁମ୍ବାଇରୁ ଆସିଥିବା କାରିଗରମାନେ ଏହା ଉପରେ ବିଭିନ୍ନ ଡିଜାଇନ କରିଛନ୍ତି । ରୂପା ପ୍ଲେଟ ସବୁ ଲଗାଇଛନ୍ତି । ଧାର୍ଯ୍ୟ ସମୟର ବହୁ ଆଗରୁ ଏହି କାମ ଶେଷ ହୋଇଛି । ଶ୍ରୀମନ୍ଦିର ସିଂହ ଦ୍ୱାର ସମ୍ପୂର୍ଣ୍ଣ ଭାବେ ନୂଆ ତିଆରି କରାଯାଇଛି । ମୁମ୍ବାଇରୁ ପାଞ୍ଚଶହ କେଜି ଓଜନର ଦୁଇଟି ଷ୍ଟିଲ ଫ୍ରେମ ଆସି ପହଞ୍ଚିବା ପରେ ୧୫ରୁ ଉର୍ଦ୍ଧ୍ୱ ଶ୍ରମିକ ଏହାକୁ ଶ୍ରୀମନ୍ଦିର ସିଂହଦ୍ୱାର ମଧ୍ୟକୁ ନେଇଥିଲେ ।

କବାଟର ଚାରିକୋଣରେ ରୂପାର ପତଳା ପ୍ଲେଟ୍ ଲାଗିବା ପରେ ମଝିରେ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଡିଜାଇନର ବର୍ଗାକାର ରୂପା ପ୍ଲେଟ୍ ଲଗାଯାଇଛି । ସେହିପରି ଦୁଇ ପାଶ୍ୱର୍ରେ ଦୁଇଟି ସିଂହମୂର୍ତ୍ତି ଲଗାଯାଇଛି । ଏହି ଦ୍ୱାରରେ ମା’ ଲକ୍ଷ୍ମୀ ସାଆନ୍ତାଣୀ ମହାପ୍ରଭୁଙ୍କୁ ଶ୍ରୀମନ୍ଦିରକୁ ଭବ୍ୟ ସ୍ୱାଗତ କରିବେ