ଶିମିଳିପାଳ : ଆସନ୍ତା ୨୬ରୁ ଶିମିଳିପାଳ ଅଭାୟରଣ୍ୟରେ ବାଘ ଗଣନା ହେବ । ଏଥିପାଇଁ କରଞ୍ଜିଆ ବନଖଣ୍ଡରେ ବନକର୍ମଚରୀଙ୍କୁ ତାଲିମ ଦିଆଯାଉଛି । ଆଜି ଅଭୟାରଣ୍ୟ ଡେପୁଟି ଡାଇରେକ୍ଟର ବଣସାହିଠାରେ ଥିବା ମେଘା ନର୍ସରୀ ନିକଟରେ ପହଂଚି କର୍ମଚାରୀଙ୍କୁ ତାଲିମ ଦେଇଛନ୍ତି । ବାଘ ଗଣିବା ଡିଜିଟାଲ ଆପ ବ୍ୟବହାର ସଂପର୍କତ ତାଲିମ ଦିଆଯାଉଛି । ପ୍ରତି ୪ ବର୍ଷରେ ବାଘ ଗଣନା କରାଯାଏ ।
ଶିମିଳିପାଳ ଜୈବମଣ୍ଡଳ ର ଆୟତନ୨୭୫୦ ବର୍ଗ କି.ମି ତନ୍ମଧ୍ୟରୁ ୩୦୩ ବର୍ଗ କି.ମି ହେଉଛି ଆଭ୍ୟନ୍ତରୀଣ ଅଞ୍ଚଳ ଯାହାକି ଭାରତ ର ଏକ ପ୍ରସିଦ୍ଧ ଅଭୟାରଣ୍ୟ, ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଓ ଜାତୀୟ ଉଦ୍ୟାନ ଅଟେ । ସବୁଜ ବନାନୀ, ନଭଶ୍ଚୁମ୍ବୀ ପର୍ବତ, ଭାସ୍ୟ ମାନ ମେଘମାଳା ଓ କଳ କଳ ନାଦ କରି ବୋହି ଯାଉଥିବା ଝରଣା ଏଠାରେ ଏକ ମନୋରମ ପରିବେଶ ସୃଷ୍ଟି କରିଥାଏ । ଏଠାରେ ବିଭିନ୍ନ ପ୍ରଜାତି ର ପ୍ରାଣୀ ଓ ଉଦ୍ଭିଦ ଦେଖିବାକୁ ମିଳେ ତନ୍ମଧ୍ୟରୁ ୧୦୭୬ ପ୍ରଜାତି ର ସ୍ତନ୍ୟପାୟୀ ପ୍ରାଣୀ, ୨୩୧ ପ୍ରଜାତି ର ପକ୍ଷୀ, ୨୯ ପ୍ରଜାତି ର ସରୀସୃପ ଅଟନ୍ତି । ସମୁଦ୍ର ପତ୍ତନ ଠାରୁ ଶିମିଳିପାଳ ର ହାରାହାରି ଉଚ୍ଚତା ହେଉଛି ୯୦୦ ମି. । ଏଠାରେ ବିଭିନ୍ନ ପ୍ରକାର ର ବୃକ୍ଷ ଦେଖାଯାଏ ଯଥା ଶାଳ, ପିଆଶାଳ,ଶାଗୁଆନ, ଶିଶୁ, ଶିମିଳି, ମହୁଲ, ଆମ୍ବ, ପଣଷ ଇତ୍ୟାଦି । ସୁଉଚ୍ଚ ପର୍ବତ ଶିଖର ଗୁଡିକ ଯଥା ଖୈରିବୁରୁ (୧୧୭୮ ମି.) ଓ ମେଘାସନୀ (୧୧୫୮ ମି.) ପର୍ୟ୍ୟଟକ ମାନଙ୍କୁ ଆକୃଷ୍ଟ କରିଥାଏ । ବିଭିନ୍ନ ନଦୀ ଗୁଡିକ ଯଥା ବୁଢ଼ାବଳଙ୍ଗ, ଖଇରୀ, ସାଳନ୍ଦୀ, ପଳପଳା ଇତ୍ୟାଦି ଶିମିଳିପାଳ ରୁ ଉତ୍ପନ୍ନ ହୋଇଛନ୍ତି ।