ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ହାଇଛ ୧୦୦ ଟି ହତ୍ୟା

0

ଭୁବନେଶ୍ୱର: ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ବାଚନ ମଣ୍ଡଳୀରେ ୨୪ ବର୍ଷ ମଧ୍ୟରେ ୧୦୦ ଟି ହତ୍ୟା ଘଟଣା ଘଟିଛି। ସେହି ହତ୍ୟା ଘଟଣାରେ ମୋଟ୍ ୩୨୮ ଜଣ ହତ୍ୟାକାରୀଙ୍କୁ ଚିହ୍ନଟ କରାଯାଇ ସେମାନଙ୍କୁ ଧରା ଯାଇଛି ଏବଂ କୋର୍ଟ ହାଜତକୁ ପଠାଯାଇଛି । ମୋଟ୍ ୧୦୦ ଗୋଟି ମାମଲା ମଧ୍ୟରୁ ୨ ଗୋଟି ମାମଲାରେ ଦୋଷୀମାନଙ୍କୁ ଦଣ୍ଡିତ କରାଯାଇଥିବା ବେଳେ ୨୨ ଗୋଟି ମାମଲା ଦୋଷମୁକ୍ତ ହୋଇଛି ଏବଂ ୬୯ ଗୋଟି ମାମଲା ବିଚାରାଧୀନ ଅଛି। ସେହିପରି ପରି ଗଞ୍ଜାମ ଜିଲ୍ଲାରେ ଅପରାଧୀଙ୍କୁ ଧରିବା ସମୟରେ ପୋଲିସ ଉପରକୁ ୩୭ ଟି ମାମଲାରେ ଅପରାଧୀ ଚଳାଇଛନ୍ତି ଗୁଳି। ତେବେ ଅପରାଧୀ ଗୁଳି ଚାଳନା ସମୟରେ ୬୩ ଜଣ ପୋଲିସ ଅଧିକାରୀ ଆହତ ହୋଇଥିବା କୁହାଯାଉଛି । ଗଞ୍ଜାମ ଜିଲ୍ଲାରେ ୩୭ ଟି ମାମଲାରେ ୪୧ ଜଣ ଅପରାଧୀଙ୍କୁ ଏନକାଉଣ୍ଟର କରାଯାଇଛି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।