ବନକଲାଗି ନୀତି ପାଇଁ  ୫ ଘଣ୍ଟା ବନ୍ଦ  ରହିବ ସାଧାରଣ ଦର୍ଶନ

0

ପୁରୀ: ଆସନ୍ତାକାଲି ବୁଧବାର ମାଘ ମାସ ଶୁକ୍ଳ ଅଷ୍ଟମୀ ତିଥି ।  ଶ୍ରୀବିଗ୍ରହମାନଙ୍କ ହେବ ବନକଲାଗି ନୀତି । ଏଣୁ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୫ ଘଣ୍ଟା ବନ୍ଦ ରହିବ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ। ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ ।

ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ ।