ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝଡତୋଫାନ ସହ ହେବ ପ୍ରବଳ ବର୍ଷା

0

ଭୁବନେଶ୍ୱର (ରିପୋର୍ଟର୍ସ ଟୁଡେ) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ଝଡତୋଫାନ ସହ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ପ୍ରକାଶ ପାଇଛି । କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଧା, ନୟାଗଡ, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁନ୍ଦଋଜ୍ଞଙ୍ଗ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଓ ରାୟଗଡା ଆଦି ରହିଛି । ଏହିସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟୋଲୋ ଓ୍ବାର୍ଣ୍ଣି ଜାରି କରାଯାଇଛି ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଧା, କଟକ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି।

ସେହିପରି ଜୁଲାଇ ୧ରୁ ୨ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୁଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ କାଳବୈଶା୍ଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।