ଏଥର ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ

0

ଭୁବନେଶ୍ୱର : ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହୋଇଛି । ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବ୍ୟୟ ଅଟକଳ ୨ ଲକ୍ଷ ୩୦ ହଜାର କୋଟି ଟଙ୍କା ରହିଛି । ଏଥର ବଜେଟରେ ଅନେକ ନୂଆ ଯୋଜନା ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ସେଗୁଡିକ ହେଲା-
୧-ଶିକ୍ଷା କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ପୁରସ୍କାର ପାଇଁ ୧୩୯ କୋଟି ।
୨-ମୁଖ୍ୟମନ୍ତ୍ରୀ ଜନଜାତି ଜୀବିକା ମିଶନ ପାଇଁ ୧୨୦ କୋଟି ।
୩-ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର କଲ୍ୟାଣ ପାଣ୍ଠି ପାଇଁ ୫୦ କୋଟି ।
୪-ମୁଖ୍ୟମନ୍ତ୍ରୀ ପାୱାର ଡେଭଲପମେଣ୍ଟ ପ୍ରୋଗ୍ରାମ ପାଇଁ ୧୪୪୬ କୋଟି ।
୫-ମୁଖ୍ୟମନ୍ତ୍ରୀ ସଂମ୍ପୂର୍ଣ୍ଣ ପୁଷ୍ଟି ଯୋଜନା ପାଇଁ ୨୫୦ କୋଟି ।
୬-ଆମ ହସ୍ପିଟାଲ ଯୋଜନା ପାଇଁ ୭୫୦ କୋଟିର ବ୍ୟୟ ବରାଦ ।
୭-ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ପାଇଁ ୮୧୧ କୋଟି ।
୮-ଆମ ବସଷ୍ଟାଣ୍ଡ ପାଇଁ ବଜେଟରେ ୧୫୦ କୋଟିର ବ୍ୟବସ୍ଥା ।
୯-ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ଉଦ୍ୟୋଗୀ ପାଇଁ ୧୦୦ କୋଟି ।
୯-ବିଦେଶ ବିମାନ ଉଡାଣ ଯୋଜନା ପାଇଁ ୧୦୦ କୋଟିର ବ୍ୟବସ୍ଥା ।
୧୦-ମୁଖ୍ୟମନ୍ତ୍ରୀ ମତ୍ସଜୀବୀ କଲ୍ୟାଣ ଯୋଜନା ପାଇଁ ୨୧୦ କୋଟି ।
୧୧- ବନ ସୁରକ୍ଷା ସମିତି ପାଇଁ ୨୫୦ କୋଟି ବ୍ୟୟ ବରାଦ ।
୧୨-ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୦ କୋଟିର ବ୍ୟୟବରାଦ ।