ଏଥର ରଜକୁ ଭିଜାଇବ ବର୍ଷା

0

ରିପୋର୍ଟର୍ସ ଟୁଡେ ବ୍ୟୁରୋ;- ଏଥର ରଜକୁ ଭିଜାଇବ ବର୍ଷା । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।ତେବେ ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ପୁଣି ଥରେ ସକ୍ରିୟ ହେବାର ସମ୍ଭାବନା ଥିବାରୁ ଚଳିତ ବର୍ଷ ରଜରେ ମେଘୁଆ ପାଗ ରହିବ । ଏନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଧିରେ ଧିରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି ।ଆସନ୍ତା ୧୩ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ସତର୍କ କରାଯାଇଛି । ୧୪ ତାରିଖଠାରୁ ଧୀରେଧୀରେ ବର୍ଷାର ବିସ୍ତୃତି ବଢିପାରେ ।