ଭୁବନେଶ୍ୱର-ଗତ ୨୪ ଘଣ୍ଟା ମଧ୍ୟରେ ୧୯ଟି ଜିଲ୍ଲାରେ ବଜ୍ରପାତ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ଯାଏଁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ସୋନପୁର, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ନୟାଗଡ, କଟକ ଓ ଯାଜପୁର ଜିଲ୍ଲାବାସୀଙ୍କୁ ସତର୍କ ରହିବା ପରାମର୍ଶ ଦିଆଯାଇଛି । ବ୍ରଜପାତ ସମୟରେ ବାହାରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି ।