ନୂଆଦିଲ୍ଲୀ: ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠାର ଆଜି ହେଉଛି ପ୍ରଥମ ବାର୍ଷିକ ଉତ୍ସବ । ଏଥିଲାଗି ପୁରା ସଜେଇ ହୋଇଛି ଅଯୋଧ୍ୟା।। ଅଯୋଧ୍ୟା ସହ ସାରା ଭାରତରେ ଆଜି ରାମଲାଲା ପ୍ରାଣ ପ୍ରତିଷ୍ଠା ବାର୍ଷିକ ଉତ୍ସବ ପାଳନ କରାଯାଉଛି । ଗତ ବର୍ଷ ଜାନୁଆରୀ ୨୨ ତାରିଖରେ ଭବ୍ୟ ଆୟୋଜନରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହୋଇଥିଲା। ରାମ ମନ୍ଦିରରେ ଯଜ୍ଞ ହୋମର ଆୟୋଜନ କରାଯାଇଥିବାବେଳେ ମନ୍ଦିରକୁ ୫୦ କ୍ଵିଣ୍ଟାଲ ଫୁଲରେ ସଜ୍ଜା ଯାଇଛି। ତେବେ ତିଥି ଅନୁଯାୟୀ ପ୍ରାଣ ପ୍ରତିଷ୍ଠାକୁ ଆଜି ଗୋଟିଏ ବର୍ଷ ପୂରଣ ହେଉଛି। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ରାମଲାଲାଙ୍କ ସ୍ବତନ୍ତ୍ର ପୂଜାବିଧି ପାଇଁ ଭବ୍ୟ ଆୟୋଜନ କରାଯାଇଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ । ସେପଟେ ସୁରକ୍ଷା ବ୍ୟବସ୍ତା ମଧ୍ୟ କଡାକଡି କରାଯାଇଛି । ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି ।