ଆଜି ମହାପ୍ରଭୁଙ୍କ ବନକଲାଗି ନୀତି : ୪ଘଣ୍ଟା ପାଇଁ ବନ୍ଦ ରହିବ ସାଧାରଣ ଦର୍ଶନ

0

ପୁରୀ : ଆଜି ଫାଲଗୁନ ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଦ୍ବିତୀୟ ଭୋଗ ମଣ୍ଡପ ପରେ ଦତ୍ତମହାପାତ୍ର ସେବକ ମାନଙ୍କ ଦ୍ୱାରା ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ଏଣୁ ସନ୍ଧ୍ୟା ୬ ଟାରୁ ରାତି ୧୦ ଟା  ପର୍ଯ୍ୟନ୍ତ ୪ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀଜିଉଙ୍କର ବନକଲାଗି କରିବେ। ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ କରାଯିବ। ଦତ୍ତ ମହାପାତ୍ର ସେବକ ବିଭିନ୍ନ ପ୍ରାକୃତିକ ରଙ୍ଗ ସହ ଭିତରେ ପ୍ରବେଶ କରିବେ। ରତ୍ନ ସିଂହାସନ ଉପରକୁ ଯାଇ ସେମାନେ ପ୍ରଭୁ ଶ୍ରୀବଳଭଦ୍ର, ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଏବଂ ଚକ୍ରରାଜ ଶ୍ରୀସୁଦର୍ଶନଙ୍କ ଶ୍ରୀମୁଖ ସିଂହାର କରିବେ। ଏହି ନୀତି ଶେଷ ହେବା ପରେ ମହାପ୍ରଭୁଙ୍କୁ ମହାସ୍ନାନ, ବେଶ, ସନ୍ଧ୍ୟା ଆଳତି, ସନ୍ଧ୍ୟା ଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ର ପହୁଡ଼ କରାଯିବ। ବନକଲାଗି ସମୟରେ ଭକ୍ତମାନେ ଶ୍ରୀମନ୍ଦିରକୁ ଯାଇ ଅନ୍ୟ ଦେବଦେବୀଙ୍କୁ ଦର୍ଶନ କରିପାରିବେ।