ପୁରୀ: ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସାଢେ ୩ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ୭ ଟାରୁ ରାତି ୧୦ ଟା ୩୦ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବା ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।
ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ । ହିଙ୍ଗଳ, ହରିତାଳ, କସ୍ତୁରୀ , ନାଲି , ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇ ଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ବନକ ଲାଗି ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଶ୍ରଦ୍ଧାଳୁମାନେ ଏହି ସମୟରେ ଦର୍ଶନରୁ ବଞ୍ଚିତ ରହିବେ ।