ପୁରୀ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ବାହୁଡା ଯାତ୍ରା ପାଇଁ ଶ୍ରୀକ୍ଷେତ୍ର ଚଳଚଞ୍ଚଳ ରହିଛି । ଜନ୍ମବେଦୀରୁ ରତ୍ନ ସିଂହାସନକୁ ଯିବେ ଚତୁର୍ଦ୍ଧାମୂରତି । ନବଦିନାତ୍ମକ ଯାତ୍ରା ସାରି ଶ୍ରୀଜୀଉ ଫେରିବେ । ପ୍ରଥମେ ଚକ୍ରରାଜ ସୁଦର୍ଶନ ଏବଂ ପରେ ବଡ ଭାଇ ବଳଭଦ୍ରଙ୍କ ପରେ ଆରମ୍ଭ ହୋଇଛି ଦେବୀ ସୁଭଦ୍ରାଙ୍କ ପହଣ୍ଡିବିଜେ ନୀତି । ଧାଡି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ତିନି ଠାକୁର । ଦେବୀ ସୁଭଦ୍ରାଙ୍କ ପହଣ୍ଡି ବିଜେ ଆରମ୍ଭ । ଧାଡି ପହଁଣ୍ଡିରେ ଆସୁଛନ୍ତି ଦେବୀ ସୁଭଦ୍ରା । ଦେବଦଳନ ରଥରେ ବିଜେ କରିବେ ଦେବୀ ସୁଭଦ୍ରା । ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ମା ସୁଭଦ୍ରାଙ୍କ ‘ଦେବଦଳନ’ ରଥରେ ସ୍ଥାପନା କରିବା ପରେ ବଡ଼ଠାକୁର ଶ୍ରୀ ବଳଦେବଙ୍କୁ ପହଣ୍ଡିରେ ଶ୍ରୀମନ୍ଦିରରୁ ରଥାରୁଢ଼ କରାଯାଇଛି । ତେବେ ମହାପ୍ରଭୁଙ୍କୁ ଦେଖିବା ପାଇଁ ବଡଦାଣ୍ଡରେ ଭକ୍ତଙ୍କ ଭିଡ ଜମିଛି । ଦିବ୍ୟ ଟାହିଆ ସୁଶୋଭିତ ହୋଇ ବଡ଼ଠାକୁର ଭକ୍ତଙ୍କ ଗହଳରେ ଝୁଲିଝୁଲି ରଥରେ ବିରାଜମାନ ହୋଇଛନ୍ତି । ମଧ୍ୟାହ୍ନ ୧୨ଟାରୁ ୨ଟା ୩୦ ମଧ୍ୟରେ ବାହୁଡା ପହଣ୍ଡି । ଗୋଟାଏରୁ ୨ଟା ୩୦ ମଧ୍ୟରେ ବେଶଶେଷ । ଅପରାହ୍ନ ୨ଟା୩୦ରୁ ୩ଟା୩୦ ଛେରାପହଁରା । ଅପରାହ୍ନ ୪ଟାରେ ହେବ ରଥଟଣା । ବାହୁଡାଯାତ୍ରା ପାଇଁ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ରହିବେ । ବୁଧବାରର ବାହୁଡା ଯାତ୍ରା ପରେ ଗୁରୁବାର ସୁନାବେଶରେ ଦର୍ଶନ ଦେବେ ମହାପ୍ରଭୁ ।