ପୁରୀ : ଆସନ୍ତାକାଲି କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ। ଏଥିପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ସମୟରେ ଦର୍ଶନରେ କଟକଣା ରହିବ ଏବଂ ନୀତିକାନ୍ତି ପରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ । ଅର୍ଥାତ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ ରଖାଯିବ। ତେବେ ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ହେଉଥିବା ସେବାୟତମାନେ କହନ୍ତି ।
ଏହାସହ ଆସନ୍ତା ୨୩ ତାରିଖ ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।