ହେବାକୁ ଥିବା ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ

0

ଭୁବନେଶ୍ବର : ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ। ମାର୍ଚ୍ଚ ୨୪ ଓ ୨୫ ତାରିଖରେ ହେବାକୁ ଥିବା ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରହିଛି। ୯ ଦଫା ଦାବିରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ (UFBU) ପକ୍ଷରୁ ଧର୍ମଘଟ ଡାକରା ଦିଆଯାଇଥିଲା। ଆଜି ଶ୍ରମ କମିଶନରଙ୍କ ସହ ଆଲୋଚନା ପରେ ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ପକ୍ଷରୁ ଦୁଇଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ରଖାଯାଇଥିବା ନେଇ ସୂଚନା ଦିଆଯାଇଛି।

ସୂଚନା ଅନୁଯାୟୀ,  ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିଅନ୍ସ ଏହି ବନ୍ଦ ଡାକରା ଦେଇଥିଲା । ମୋଟ ୯ଟି ଦାବି ନେଇ ଏହି ଧର୍ମଘଟ କରିବାକୁ ପ୍ରସ୍ତୁତ ଥିଲା ୟୁନାଇଟେଡ ଫୋରମ ଅଫ୍‌ ବ୍ୟାଙ୍କ ୟୁନିଅନ୍ସ । ବ୍ୟାଙ୍କିଂ କ୍ଷେତ୍ରରେ ୫ ଦିନର କାର୍ଯ୍ୟ ସପ୍ତାହ ପାଇଁ ଦାବି କରାଯାଇଥିଲା । ସମସ୍ତ କ୍ୟାଡରରେ ପର୍ଯ୍ୟାପ୍ତ ନିଯୁକ୍ତି, ଅସ୍ଥାୟୀ କର୍ମଚାରୀଙ୍କ ନିଯୁକ୍ତିକୁ ନିୟମିତ କରିବାକୁ ଦାବି କରାଯାଇଥିଲା ।