ମେଡିକାଲ କଲେଜ ସିଟ ଦେବା ନାଁରେ ଠକେଇ, ଗିରଫ ହେଲେ ଦୁଇଜଣ ଠକ

0

ଭୁବନେଶ୍ୱର: ମେଡିକାଲ କଲେଜ ସିଟ ଦେବା ନାଁରେ ଠକେଇ । ଦୁଇଜଣ ଠକ କୁ ଗିରଫ କଲା କମିସନରେଟ ପୋଲିସ । ଦୁଇ ଠକ ହେଉଛନ୍ତି କଲିକତା ର ଅମିତ ବାନାର୍ଜୀ ଓ ବିହାରର ବିକାଶ କୁମାର । ମେ ୫ ରେ ପଲ୍ଲବୀ ସାହା ନାମକ ଯୁବତୀଙ୍କ ଅଭିଯୋଗ ରେ ତଦନ୍ତ କରିଥିଲା ପୋଲିସ। ଇନ୍ଫୋସିଟି ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲରେ ରେ ସିଟ ଦେବାକୁ କହି ଟଙ୍କା ଠକିଥିଲେ ଠକ । ୩୦ ଲକ୍ଷ ଟଙ୍କା ଠକେଇ ନେଇ ଅଭିଯୋଗ କରିଥିଲେ ପଲବୀ । ଗିରଫ ପରେ ଦୁଇ ଅଭିଯୁକ୍ତଙ୍କ ପାଖରୁ ୧୧ ଲକ୍ଷ ଜବତ ହୋଇଛି । ୧୦ ବର୍ଷ ହେଲାଣି ଦୁଇ ଠକ ଲୋକଙ୍କୁ ଠକୁଥିବା ନେଇ ଜଣା ପଡୁଛି ।

ମେଡ଼ିକାଲ ପରୀକ୍ଷାର ରେଜଲ୍ଟ ଲିଷ୍ଟ ବାହାରିବା ପରେ ପ୍ରାଥିଙ୍କୁ ଯୋଗାଯୋଗ କରୁଥିଲେ । ପ୍ରାଙ୍କ କଲ ଆପ ଜରିଆରେ ଫୋନ କରୁଥିଲେ ଠକ । ପ୍ରାଙ୍କ କଲ ଆପ ରେ କଲ କଲେ ଟ୍ରୁ କଲରେ କୌଣସି ନାଁ ଆସୁ ନଥିଲା । ଫେକ ଅଧାର କାର୍ଡ଼ ଓ କାଗଜପତ୍ର ବ୍ୟବହାର କରି ହୋଟେଲ ଓ ଫ୍ଲାଇଟ ରେ ଆସୁଥିଲେ ଓ ହୋଟେଲରେ ରହୁଥିଲେ । ଏମାନଙ୍କ ନାଁରେ ବିଭିନ୍ନ ରାଜ୍ୟରେ ଠକିଥିବା ନେଇ ଅଭିଯୋଗ ହୋଇଛି । ୨ ଠକଙ୍କୁ ରିମାଣ୍ଡରେ ଆଣି ଜେରା କରାଯିବ ବୋଲି ଭୁବନେଶ୍ୱର ଡ଼ିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି ।