ବ୍ରହ୍ମପୁର-: ବ୍ରହ୍ମପୁର ଏମକେସିଜି ମେଡିକାଲରେ ପୁଣି ରେଗିଂ । ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ଦୁଇ ହାଉସ ସର୍ଜନ ରେଗିଂ କରିଥିବା ଅଭିଯୋଗ ହୋଇଛି । ରେଗିଂ କରିଥିବା ଦୁଇ ସର୍ଜନଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ଜୋରିମାନା ପାଇଁ ଏଣ୍ଟି ରେଗିଂ କମିଟିର ବୈଠକରେ ନିଷ୍ପତ୍ତି ନିଆଯାଇଛି ।
ତେବେ ଗତ ମେ ମାସ ୧୨ ତାରିଖରେ ଜଣେ ଏମବିବିଏସ ଚତୁର୍ଥ ବର୍ଷର ଛାତ୍ରଙ୍କୁ ରେଗିଂ ହୋଇଥିବା ନେଇ ଅଭିଯୋଗ ହୋଇଥିଲା । ମେ ୧୩ ତାରିଖରେ ମେଡିକାଲ ଡିନଙ୍କୁ ଦୁଇ ଜଣ ସର୍ଜନଙ୍କ ରେଗିଂ କରିଥିବା ନେଇ ଲିଖିତ ଅଭିଯୋଗ ଦେଇଥିଲେ ସମ୍ପୃକ୍ତ ଛାତ୍ର । ଅଭିଯୋଗ ହେବା ପରେ ଆଜି ଏମକେସିଜି ମେଡିକାଲରେ ହୋଇଥିଲା ଏଣ୍ଟି ରେଗିଂ କମିଟିର ବୈଠକ ।