ଓଡିଶା ପହଞ୍ଚିଛନ୍ତି ଦୁଇ କେନ୍ଦ୍ର ମନ୍ତ୍ରୀ

କେଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧମେନ୍ଦ୍ର ପ୍ରଧାନ ବିଜୁପଟ୍ଟ ନାୟକ ଏଟାର ପୋର୍ଟରେ ଆଜି ଆସି ପହଞ୍ଚିଛନ୍ତି । ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ଶ୍ରୀ ମନ୍ଦିର ପୁରୀକୁ ଯିବା ନେଇ ସୂଚନା ମିଳିଛି । ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ଓଡିଶା ଗସ୍ତରେ ଆସିଛନ୍ତି

0

ଭୁବନେଶ୍ୱର (ରିପୋର୍ଟସ ଟୁଡେ) : କେଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ଧମେନ୍ଦ୍ର ପ୍ରଧାନ ବିଜୁପଟ୍ଟ ନାୟକ ଏଟାର ପୋର୍ଟରେ ଆଜି ଆସି ପହଞ୍ଚିଛନ୍ତି । ବିଜୁ ପଟ୍ଟନାୟକ ଏୟାରପୋର୍ଟରୁ ଶ୍ରୀ ମନ୍ଦିର ପୁରୀକୁ ଯିବା ନେଇ ସୂଚନା ମିଳିଛି । ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ନୂଆ ଦାୟିତ୍ୱ ଗ୍ରହଣ କରିବା ପରେ ପ୍ରଥମ ଥର ଓଡିଶା ଗସ୍ତରେ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଙ୍କ ସାଥିରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ରହିଛନ୍ତି ।
ପ୍ରଥମ ଦିନରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଦ୍ୱାରା ପ୍ରତିଷ୍ଠିତ ସତ୍ୟବାଦୀ ବକୁଳ ବନ ବିଦ୍ୟାଳୟକୁ ଗସ୍ତ କରିବେ । ଓଡ଼ିଶାର ସାମାଜିକ, ଶିକ୍ଷା ଏବଂ ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱ ବହନ କରୁଥିବା ଏହି ଐତିହାସିକ ବନ ବିଦ୍ୟାଳୟକୁ କେନ୍ଦ୍ରମନ୍ତ୍ରୀ ଗସ୍ତ କରି ପଞ୍ଚସଖାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସେମାନଙ୍କ ବିଚାରଧାରାର ସ୍ମୃତିଚାରଣ କରିବେ । ବର୍ତ୍ତମାନ ଭାରତ ସରକାର ‘ସ୍ୱାଧୀନତାର ଅମୃତ ମହୋତ୍ସବ’ ପାଳନ କରୁଥିବା ବେଳେ କେନ୍ଦ୍ରମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଧାନଙ୍କ ଏହି ଗସ୍ତ ଯୁବପିଢ଼ିଙ୍କ ମଧ୍ୟରେ ଶିକ୍ଷାନୁଷ୍ଠାନର ମହାତ୍ମ୍ୟକୁ ଆଦୃତ କରିବ ବୋଲି ଆଶା କରାଯାଉଛି ।
ଜନ ଆଶୀର୍ବାଦ ଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ୭ଟି ଜିଲ୍ଲା, ୬ଟି ଲୋକସଭା ଅଂଚଳରେ ୧୧୫ଟି ସ୍ଥାନରେ ସମ୍ବର୍ଦ୍ଧନା ସଭା ସଭା ଓ କାର୍ୟ୍ୟକ୍ରମରେ ଯୋଗଦେବେ । ସାମ୍ବାଦିକ ସମ୍ମିଳନୀକୁ ମଧ୍ୟ ସମ୍ବୋଧିତ କରିବାର କାର୍ୟ୍ୟକ୍ରମ ରହିଛି ।