କଲବଲ କରୁଛି ତାତି, ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ

0

ଭୁବନେଶ୍ୱର: ସାରା ଓଡ଼ିଶାରେ ଜାରି ରହିଛି ଅସହ୍ୟ ଗ୍ରୀଷ୍ମ ପ୍ରବାହ। ଗତ କିଛି ଦିନଧରି ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ସମସ୍ତ ସ୍ଥାନ ତତଲା ତାୱାରେ ଭାଜି ହେଉଛି । ଆଜି ଦିନ ୩ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ସମ୍ବଲପୁର ତାପମାତ୍ରା ୪୫ଡ଼ିଗ୍ରୀ ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ଅନ୍ୟପଟେ ଡହଡହ ଖରାରେ ସିଝିଲେ ରାଜଧାନୀବାସୀ। ଭୁବନେଶ୍ୱରର ତାପମାତ୍ରା ୪୪.୪ ଡିଗ୍ରୀ ସେଲସିୟସ ଥିବାବେଳେ ଝାରସୁଗୁଡା ୪୪.୪ ଡ଼ିଗ୍ରୀ, ହୀରାକୁଦରେ ୪୪ ଡ଼ିଗ୍ରୀ, କେନ୍ଦୁଝରରେ ୩୯.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୮.୬ ଡ଼ିଗ୍ରୀ, ବାଲେଶ୍ୱରରେ ୩୩.୬ ଡ଼ିଗ୍ରୀ, ଗୋପାଳପୁରରେ ୩୫.୪ ଡ଼ିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ପାରାଦୀପରେ ୩୪.୪ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।