ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଏହରି ଭିତରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ। ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ।
ହସ୍ପିଟାଲରେ ଉତ୍ତମଙ୍କୁ ଭେଟିବା ସହ ତାଙ୍କ ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ପ୍ରକାର ସୁବିଧା ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ଧର୍ମେନ୍ଦ୍ର । ଧିରେ ଧିରେ ସୁଧୁରୁଛି ଉତ୍ତମଙ୍କ ସ୍ବାସ୍ଥ୍ୟାବସ୍ଥା । ତାଙ୍କ ଉପରେ ୨୪ ଘଣ୍ଟା ନଜର ରଖିଛନ୍ତି ନିୟୋଜିତ ସ୍ଵତନ୍ତ୍ର ଡାକ୍ତରୀ ଟିମ୍ । ଉତ୍ତମଙ୍କୁ ଚିକିତ୍ସା ପାଇଁ ଏକ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଗଠନ କରାଯାଇଛି । ଲିଭର ସିରୋସିସ ରୋଗରେ ଆକ୍ରାନ୍ତ ହୋଇଥିବା ଅଭିନେତା ଉତ୍ତମ ମହାନ୍ତିଙ୍କ ଉନ୍ନତ ଚିକିତ୍ସା ପାଇଁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।