ଅସୁସ୍ଥ ହୋଇ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ୍ ଓରାମ

0

ଭୁବନେଶ୍ୱର:କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ଅସୁସ୍ଥ । ଗତକାଲି ରାତି ୯ଟାରେ ଦିଲ୍ଲୀ ଏମ୍ସରେ ଭର୍ତ୍ତି ହୋଇଛନ୍ତି। ଏମ୍ସର ନୂଆ ପ୍ରାଇଭେଟ୍‌ ଓ୍ବାର୍ଡରେ ସେ ପଲ୍‌ମୋନାରି ମେଡିସିନ ବିଭାଗ ମୁଖ୍ୟ ଅନନ୍ତ ମୋହନଙ୍କ ତତ୍ତ୍ୱାବଧାନରେ ଚିକିତ୍ସିତ ହେଉଥିବା କୁହାଯାଉଛି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଥିବା ହସ୍ପିଟାଲ ସୂତ୍ରରୁ ଜଣାପଡ଼ିଛି।
ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଏମ୍‌ପି ଜୁଏଲ୍‌ଙ୍କ ସ୍ତ୍ରୀ ଝିଙ୍ଗିଆ ଓରାମଙ୍କର ଗତ ଶନିବାର ୫୮ ବର୍ଷ ବୟସରେ ଡେଙ୍ଗୁରେ ପରଲୋକ ହୋଇଥିଲା। ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଜୁଏଲ୍‌ ମଧ୍ୟ ଡେଙ୍ଗୁରେ ସଂକ୍ରମିତ ଥିବା ଜଣାପଡ଼ିବା ପରେ ସେ ଉକ୍ତ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ।