ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ : R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀଙ୍କ ଘରେ ରେଡ୍

0

ଭିଜିଲାନ୍ସ ଜାଲରେ ଆଉ ଜଣେ ବଡ଼ ବାବୁ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ R&B ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ତାରା ପ୍ରସାଦ ମିଶ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି ।

ତାରା ପ୍ରସାଦଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, କଟକ, ଝାରସୁଗୁଡ଼ାର ୯ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ନୟାପଲ୍ଲୀର ଅର୍ପଣ ଆପାର୍ଟମେଣ୍ଟରେ ଥିବା ଘର, ଖଣ୍ଡଗିରି କସମୋପଲିସରେ ଥିବା ଫ୍ଲାଟ୍, ଝାରସୁଗୁଡ଼ା ଆସିଆନା ଆପାର୍ଟମେଣ୍ଟରେ ଥିବା ଫ୍ଲାଟ୍, କଟକ ଆଠଗଡ଼ରେ ଥିବା ପୈତୃକ ଘର ଓ ତିଗିରିଆରେ ରହୁଥିବା ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଛି।