ଫୁଲୁଛି ମହାନଦୀ, କଟକ ମୁଣ୍ଡଳିରେ ବଢୁଛି ଜଳସ୍ତର

0

ହୀରାକୁଦ ଡ୍ୟାମରୁ ପାଣି ଛାଡ଼ିବା ପରେ ଫୁଲୁଛି ମହାନଦୀ। କଟକ ମୁଣ୍ଡଳିରେ ବଢୁଛି ଜଳସ୍ତର। ସକାଳ ୬ଟା ସୁଦ୍ଧା ମୁଣ୍ଡଳୀ ଦେଇ ୧ ଲକ୍ଷ ୭୦ହଜାର କ୍ୟୁସେକ ଜଳ ପ୍ରବାହିତ ହେଉଛି। ହୀରାକୁଦରୁ ବନ୍ୟାଜଳ ପ୍ରଥମେ ଖଇରାମାଳ ଓ ପରେ ବରମୂଳ ଦେଇ ମୁଣ୍ଡଳିରେ ପହଞ୍ଚିଛି। ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ ଖୋଲିବା ପରେ ମହାନଦୀରେ ଜଳସ୍ତର ବଢିଛି।

ଗତକାଲି ରାତିରୁ ମୁଣ୍ଡଳିରେ ବନ୍ୟାଜଳ ନିଷ୍କାସିତ ହେବା ଆରମ୍ଭ କରିଛି। ମହାନଦୀର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ନଦୀ କୂଳିଆ ଲୋକଙ୍କ ଚିନ୍ତି ବଢ଼ିଛି। ବନ୍ୟା ଆଶଙ୍କା ନଥିଲେ ବି ମହାନଦୀ ଅବବାହିକାର ତଳମୁଣ୍ଡରେ ଥିବା ୭ ଜିଲ୍ଲାକୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର।ମହାନଦୀ ଭିତରକୁ ଲୋକ ପ୍ରବେଶ ନକରିବା ସହ ଗୋରୁଗାଈ ଆଦି ଗୃହପାଳିତ ପଶୁଙ୍କୁ ଛାଡ଼ିବା ଉପରେ ବାରଣ କରାଯାଇଛି।