ଭୁବନେଶ୍ୱର– ରାଜ୍ୟରେ ଗତ କିଛି ଦିନ ହେଲା କରୋନା ମୃତ୍ୟୁସଂଖ୍ୟା କମିବାରେ ନାଁ ଧରୁନାହିଁ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୯ ଜଣଙ୍କ ମୃତ୍ୟୁ ଘଟିଛି । ଏହା ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁସଂଖ୍ୟା ୬ ହଜାର ୪୩୫କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି କଟକରୁ ୧୩, ସମ୍ବଲପୁରରୁ ୮, ବାଲେଶ୍ୱର ଓ ସୁନ୍ଦରଗଡ଼ରୁ ୬ ଜଣ ଲେଖାଏଁ, ବରଗଡ଼ ଓ କେନ୍ଦୁଝରରୁ ୫ ଜଣ ଲେଖାଏଁ, ଝାରସୁଗୁଡାରୁ ୪, ଦେବଗଡ଼ରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।