ବ୍ୟୁରୋ : ଆସନ୍ତା ୨୪ ଘଣ୍ଟା ଭିତରେ ହୋଇପାରେ ବର୍ଷା । ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ବର ପାଣିପାଗ କେନ୍ଦ୍ର ପକ୍ଷରୁ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ଏବଂ ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳ ବର୍ଷା ନେଇ ସତର୍କ କରାଯାଇଛି। କାଲି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାରେ ହାଲୁକା ବର୍ଷାର ସମ୍ଭାବନା ରହିଛି । ତେବେ ମାତ୍ର ଦିନକ ପରେ ୧୩ ତାରିଖରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ୧୫ ତାରିଖରୁ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ କମିବାର ସମ୍ଭାବନା ରହିଛି ।