ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ପାଇଁ ନିର୍ଦ୍ଦେଶ

0

ଭୁବନେଶ୍ୱର: ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ କାମ କରାଇବା ମନା । ଶ୍ରମିକଙ୍କୁ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରାଇଲେ ମିଳିବ ଦଣ୍ଡ । ଏନେଇ ଶ୍ରମ ଓ କର୍ମଚାରୀ ରାଜ୍ୟବୀମା ବିଭାଗ ତରଫରୁ ସମସ୍ତ ରାଜସ୍ୱ କମିଶନର, ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଓ ରାଜ୍ୟ ଶ୍ରମ କମିଶନରଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶନାମା ଜାରି କରାଯାଇଛି । ଆଗକୁ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବା ନେଇ ଆଶଙ୍କା ଥିବାରୁ ଏପରି ନିର୍ଦ୍ଦେଶ ଜାରି କରିଛି ବିଭାଗ । ଯଦି କୌଣସି କାର୍ଯ୍ୟ ଚରୁରୀ ମନେ ହୁଏ କିମ୍ବା ଅତ୍ୟାବଶ୍ୟକୀୟ ସେବା ସହ ଜଡିତ ତେବେ ସତର୍କମୂଳକ ପଦକ୍ଷେପ ନେବେ । ଏଥି ସହ ଜିଲ୍ଲାର ଚିକିତ୍ସାଧିକାରୀ , ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର, କମ୍ୟୁନିଟି ହେଲଥ ସେଣ୍ଟର ଚିକିତ୍ସାଳୟ ଗୁଡିକର ଚିକିତ୍ସାଧିକାରୀ ତଥା କର୍ମଚାରୀ ରାଜ୍ୟବୀମା ଯୋଜନା ଅଧୀନରେ ଥିବା ଚିକିତ୍ସାଳୟର ଚିକିତ୍ସାଧିକାରୀଙ୍କୁ ପ୍ରଚଣ୍ଡ ରୌଦ୍ରତାପଜନିତ ପରିସ୍ଥିତିର ସମ୍ଭାବ୍ୟ ମୁକାବିଲା ସହ ରୋଗର ଚିକିତ୍ସ ପାଇଁ ସତର୍କ ରହିବା ପାଇଁ ଅନୁରୋଧ କରାଯାଇଛି ।