ଭୁବନେଶ୍ୱର: ଆସନ୍ତା ୧୪ ତାରିଖରେ ଶଙ୍ଖ ଭବନ ଠାରେ ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ସମସ୍ତ ଜିଲ୍ଲା ସଭାପତି, ଜୋନ ସଭାପତି, ଛାତ୍ର ସଂଗଠନ ଉପସ୍ଥିତ ରହିବା ସହ ବିଭିନ୍ନ ପ୍ରସ୍ତାବ ଅନୁମୋଦିତ ହେବ । ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଉଦବୋଧନ ଓ ଦିଗଦର୍ଶନ ଦେବେ । ଅଧିକରୁ ଅଧିକ ଛାତ୍ର ସାମିଲ ହୋଇ ସାମାଜିକ ଓ ସାଙ୍ଗଠନିକ କାର୍ୟ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଦିଗଦର୍ଶନ ଦେବେ । ରାଜନୈତିକ, ସାଙ୍ଗଠନିକ, ସଂକଳ୍ପ ଓ ଧନ୍ୟବାଦ ପ୍ରସ୍ତାବ ଆସିବ । ପିଲା ଓ ଛାତ୍ର ସଂଗଠନ ସହ ଓଡ଼ିଶାରେ ଶିକ୍ଷା ଭିତ୍ତି ଭୂମିର ବିକାଶ ପାଇଁ କାର୍ୟ୍ୟ ଖସଡ଼ା ପ୍ରସ୍ତୁତ ହେବ । ଉପସ୍ଥିତ ସମସ୍ତ ବିଜୁ ଛାତ୍ର ଜନତା ଦଳ କାର୍ୟ୍ୟକର୍ତାଙ୍କୁ ଚାରା ପ୍ରଦାନ କରାଯିବ । ଏହି କାର୍ୟ୍ୟକ୍ରମରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଉପସ୍ଥିତ ରହିବା ସହ ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ ।