ଭୁବନେଶ୍ୱର : ୨୦୨୪ ମସିହା ଫେବୃଆରି ମାସରେ ତିନି ଦିନ ବ୍ୟାପି ଭୁବନେଶ୍ୱର ଠାରେ ଆୟୋଜନ ହେବ ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀ | ଏନେଇ ଆଜି ଐତିହ କ୍ୟାବିନେଟ ବୈଠକ ରେ ନିଷ୍ପ | ଏହି ସମ୍ମିଳନୀ ରାଜ୍ୟ, ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ମଧ୍ୟ ଆୟୋଜନ କରାଯିବ | ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଖ୍ୟାତିସମ୍ପନ୍ନ ଭାଷା ବିଜ୍ଞାନୀ ଓ ଭାଷା ବିଶେଷଜ୍ଞ ମାନଙ୍କୁ ସମ୍ମିଳନୀର ବିଷୟ ଭିଭିକ ଅଧିବେଶନରେ ବକ୍ତବ୍ୟ ରଖିବା ପାଇଁ ନିମନ୍ତ୍ରଣ କରାଯିବ |
ସମଗ୍ର ରାଜ୍ୟର ଛାତ୍ରଛାତ୍ରୀମାନଙ୍କୁ ଏଥିରେ ଅନ୍ତର୍ଭୁକ୍ତ କରାଯିବ | ଯୁବପିଢିଙ୍କ ମଧ୍ୟରେ ଓଡ଼ିଆ ଭାଷାର ଆଦୃତ ନିମନ୍ତେ ସେମାନଙ୍କ ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବ | ଏହି ସମ୍ମିଳନୀ ସମୟରେ ଶିକ୍ଷାନୁଷ୍ଠାନ/ବିଶ୍ବ ବିଦ୍ୟାଳୟମାନେ ନିଜ ନିଜର କାର୍ଯ୍ୟକ୍ରମ ଆୟୋଜନ କରିବେ | ଏହି “ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ'” ଆୟୋଜନ ଦ୍ବାରା ରାଜ୍ୟ, ରାଜ୍ୟ ବାହାରେ ଓ ବିଦେଶରେ ଓଡ଼ିଆ ଭାଷାର ପ୍ରଚାର, ପ୍ରସାର ତଥା ଗବେଷଣା କାର୍ଯ୍ୟ ତ୍ବରାନ୍ବିତ ହେବ |