ଭୁବନେଶ୍ବର: ପରଲୋକରେ ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ର | ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି। ତାଙ୍କର ମୃତ୍ୟୁ ନେଇ ପରିବାର ଲୋକଙ୍କ ପକ୍ଷରୁ ସୂଚନା ମିଳିଛି। ସ୍ୱର୍ଗତ ମିଶ୍ର ଥିଲେ ଶ୍ରୀଜଗନ୍ନାଥ ମନ୍ଦିରର ପ୍ରାକ୍ତନ ପ୍ରଶାସକ। ସେ ‘ଆକାଶ ଦୀପ’ର ବିଶିଷ୍ଟ କଥାକାର ତଥା ଲୋକପ୍ରିୟ ସ୍ତମ୍ଭ ‘କଥାଟିଏ କହୁଁ’ର ସ୍ତମ୍ଭକାର ଥିଲେ।
ଶ୍ରୀମନ୍ଦିରର ପ୍ରାକ୍ତନ ପ୍ରଶାସକ ରହିଥିବା ଶ୍ରୀ ମିଶ୍ରଙ୍କର ମହାପ୍ରଭୁଙ୍କ ନୀତିକାନ୍ତି ଓ ମନ୍ଦିରରେ ପ୍ରଚଳିତ ପ୍ରଥାପରମ୍ପରା ଉପରେ ଅଗାଧ ଜ୍ଞାନ ଥିଲା। ସେ ଶ୍ରୀଜଗନ୍ନାଥଙ୍କୁ ନେଇ ତାଙ୍କର ଅନନ୍ୟ ଅନୁଭୂତି ଓ ସେବାର୍ଜିତ ଅଭିଜ୍ଞତା ଆଧାରିତ ବହୁ ରଚନା ପ୍ରସ୍ତୁତ କରିଛନ୍ତି। ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ ଖବର ପ୍ରଚାର ହେବା ମାତ୍ରେ ତାଙ୍କର ଶେଷ ଦର୍ଶନ ପାଇଁ ବହୁ ବିଶିଷ୍ଟ ବ୍ୟକ୍ତି ତାଙ୍କ ଘରେ ପହଞ୍ଚି ପୁଷ୍ପାର୍ଘ୍ୟ ଅର୍ପଣ କରିଥିଲେ।