୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ

0

(ଭୁବନେଶ୍ୱର) ; ଆଜି ରାଜ୍ୟରେ ଅନେକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ସହ ବିଜୁଳି ଓ ଘଡଘଡି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁୁ ସତର୍କ ଜାରି କରାଯାଇଛି । ଏହା ସହିତ ୨୨ ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ କହିଛନ୍ତି।