ଭୁବନେଶ୍ୱର: ଆଜିଠାରୁ ଯୁକ୍ତତିନି ନାମ ଲେଖା ପାଇଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ଆଜିଠାରୁ ଆସନ୍ତା ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ ଆବେଦନ ପ୍ରକ୍ରିିୟା । ଜୁଲାଇ ୧୪ ତାରିଖରେ ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ । ସେହିପରି ଜୁଲାଇ ୨୭ରେ ଦ୍ୱିତୀୟ ମେରିଟ ଲିଷ୍ଟ୍ ପ୍ରକାଶ ପାଇବାକୁ ଥିବାବେଳେ ଅଗଷ୍ଟ ୩ରେ ପ୍ରକାଶ ପାଇବ ତୃତୀୟ ପର୍ଯ୍ୟାୟ ମେରିଟ ଲିଷ୍ଟ୍ । ସେହିପରି ଅଗଷ୍ଟ ୨୧ରେ ଚତୁର୍ଥ ପର୍ଯ୍ୟାୟ ସେପ୍ଟେମ୍ବର ୧ରେ ପଞ୍ଚମ ପର୍ଯ୍ୟୟ ମେରିଟ ଲିଷ୍ଟ ପ୍ରକାଶ ପାଉଥିବା ବେଳେ ସେପ୍ଟେମ୍ବର୧୩ରେ ପ୍ରକାଶ ପାଇବ ଷଷ୍ଠ ପର୍ଯ୍ୟୟ ମେଧା ତାଲିକା । ଏନେଇ ଉଚ୍ଚ ଶିକ୍ଷା ବିଭାଗ ବିଜ୍ଞପ୍ତି ପ୍ରକାଶ କରିଥିବା ବେଳେ ସାମ୍ସ ୱେବେସାଇଟରେ ଯାଇ ଆବେଦନ କରି ପାରିବେ ଛାତ୍ରଛାତ୍ରୀ । ଚଳିତବର୍ଷ ୧୦୪୨ କଲେଜର ୨ ଲକ୍ଷ ୭୦ହଜାର ୩୪୭ ସିଟ୍ରେ ନାମଲେଖା ହେବ। କଳା ବିଭାଗର ୧ ଲକ୍ଷ ୫୧ ହଜାର ୯୦୨, ଫିଜିକାଲ ସାଇନ୍ସରେ ୪୬,୧୩୯, ବାୟୋଲୋଜିକାଲ ସାଇନ୍ସରେ ୨୮,୬୯୨, ବାଣିଜ୍ୟର ୩୨,୩୮୦, ସେଲ୍ଫ ଫାଇନାନ୍ସିଂର ୨,୦୮୬ ଓ ସଂସ୍କୃତରେ ୯,୧୪୮ ସିଟ୍ ରହିଛି ।